fbpx

କରୋନା କବଳରେ ଓଡ଼ିଶା, ଆଜି ସର୍ବାଧିକ ରେକର୍ଡ ୫୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ଆଜିର ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଳାହାଣ୍ଡି, ବରଗଡ଼, ପୁରୀ, ସୁନ୍ଦରଗଡ଼ ଓ ଗଞ୍ଜାମରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪, କଟକ, କନ୍ଧମାଳ, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.