fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୫.୩୬ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୮ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୫ ଲକ୍ଷ ୩୬ ହଜାର ୬୯୭ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୪୩ ଲକ୍ଷ ୬୫ ହଜାର ୪୬୯କୁ ବୃଦ୍ଧି ପାଇଛି । ମୋଟ ୮ କୋଟି ୯୯ ଲକ୍ଷ ୨୦ ହଜାର ୮୪୬ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୯ ଲକ୍ଷ ୭ ହଜାର ୯୨୬ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୦ ହଜାର ୨୯୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୬୯ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.