fbpx
BSKY SKY
BSKY SKY

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୫.୪୨ ଲକ୍ଷରେ ପହଞ୍ଚିଲା

BSKY

ନୂଆଦିଲ୍ଲୀ, ୧ା୩: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୫ ଲକ୍ଷ ୪୨ ହଜାର ୫୫୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୪୬ ଲକ୍ଷ ୭୪ ହଜାର ୩୦୨କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୨୨ ଲକ୍ଷ ୮ ହଜାର ୭୧୬ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୯ ଲକ୍ଷ ୩ ହଜାର ୩୦ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୦ ହଜାର ୨୯୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୫ ହଜାର ୭୭୬ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.