ବିଶ୍ୱରେ ମୃତ୍ୟୁସଂଖ୍ୟା ୨୮.୫୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୪ା୪ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୮ ଲକ୍ଷ ୫୮ ହଜାର ୨୯୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ କୋଟି ୧୩ ଲକ୍ଷ ୩୨ ହଜାର ୧୩୧କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୫୭ ଲକ୍ଷ ୧୯ ହଜାର ୮୫୬ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୨୭ ଲକ୍ଷ ୬୪ ହଜାର ୯୫୯ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୭ ହଜାର ୩୮୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୬୮ ହଜାର ୫୧୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।