fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୫.୯୧ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୬ା୩: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୫ ଲକ୍ଷ ୯୧ ହଜାର ୨୯୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୬୬ ଲକ୍ଷ ୫୯ ହଜାର ୨୦୩କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୨୨ ଲକ୍ଷ ୭୨ ହଜାର ୯୭୨ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୭ ଲକ୍ଷ ୯୫ ହଜାର ୬୬୮ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୯ ହଜାର ୪୩୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୫ ହଜାର ୫୬୩ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.