fbpx

୨୭.୩୪ ଲକ୍ଷରେ ପହଞ୍ଚିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ, ୨୩ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୭ ଲକ୍ଷ ୩୪ ହଜାର ୯୭୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୪୨ ଲକ୍ଷ ୮୭ ହଜାର ୫୬୩କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୨ ଲକ୍ଷ ୫୪ ହଜାର ୩୧୬ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୨ ଲକ୍ଷ ୯୮ ହଜାର ୨୬୪ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୦ ହଜାର ୮୩୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୧୯ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୫୫ ହଜାର ୯୪୪ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.