fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୪ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୨୦ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୪ ଲକ୍ଷ ୬୨ ହଜାର ୬୩୩ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ୮ କୋଟି ୬୧ ଲକ୍ଷ ୮ ହଜାର ୭୯ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୧୨ ଲକ୍ଷ ୩୨ ହଜାର ୭୫୬କୁ ବୃଦ୍ଧି ପାଇଛି । ୨ କୋଟି ୨୬ ଲକ୍ଷ ୩୦ ହଜାର ୨୬୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୪ ହଜାର ୮୯୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ସର୍ବାଧିକ ୫ ଲକ୍ଷ ୭ ହଜାର ୭୪୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.