fbpx
BJD SKY
BJD SKY

କରୋନା ପ୍ରଭାବ: ଆଉ ୫ ଯୋଡ଼ା ଟ୍ରେନ୍‌ ସେବା ବନ୍ଦ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ କ୍ଷେତ୍ରରେ କରୋନା ପ୍ରଭାବ ପଡୁଥିବା ଦେଖିବାକୁ ମିଳୁଛି । କମ୍ ଯାତ୍ରୀ ଓ କରୋନା ସଂକ୍ରମଣ ରୋକିବାକୁ ପୂର୍ବତଟ ରେଳ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି । ମେ’ ୩୧ ଯାଏଁ ବନ୍ଦ ରହିବ ୫ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ ସେବା। ଭୁବନେଶ୍ୱର-କେନ୍ଦୁଝରଗଡ଼, ଭୁବନେଶ୍ୱର-ଭଦ୍ରକ ଟ୍ରେନ ଉଭୟ ପଟୁ ବାତିଲ ହୋଇଛି। ସେହିପରି କଟକ-ଭଦ୍ରକ, କଟକ-ପାରାଦୀପ ସ୍ପେଶାଲ ଟ୍ରେନ୍‌ ଉଭୟ ପଟୁ ବାତିଲ ହୋଇଛି। ୨୨, ୨୩, ୨୬, ୨୯ ଓ ୩୦ ତାରିଖରେ ୩ ଯୋଡ଼ା ମେମୁ ଟ୍ରେନ୍‌ ବାତିଲ ହୋଇଛି। ସେହିପରି ପୁରୀ-ଅନୁଗୋଳ, ପୁରୀ-କଟକ, ଭୁବନେଶ୍ୱର-ପଲାସା ଉଭୟ ପଟୁ ବାତିଲ୍‌ କରିଛି ପୂର୍ବତଟ ରେଳ ବିଭାଗ।

ତେବେ ରାଜ୍ୟରେ ଆଜି ୧୦,୩୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୭୭୯ ଓ ସ୍ଥାନୀୟ ଅଞ୍ଚଳରୁ ୪୫୪୨ ଜଣ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧,୫୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.