fbpx

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ: ଖୋର୍ଦ୍ଧାରୁ ଚିହ୍ନଟ ହେଲେ ଆଜି ଦିନର ସର୍ବାଧିକ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୩୯ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୪୦ ଜଣ ରହିଥିବା ବେଳେ ୧୨୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ବଲାଙ୍ଗୀର, କଟକ, ନୂଆପଡା ଏବଂ ଷ୍ଟେଟପୁଲରୁ ଗୋଟିଏ ଲେଖାଏଁ ପଜିଟିଭ କେସ ରହିଛି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.