fbpx

ଓଡ଼ିଶାରେ ବଢ଼ୁଛି କୋରୋନା ସଂକ୍ରମଣ; ଆଜି ୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାରା ନୂଆ ସବ୍-ଭାରିଆଣ୍ଟ ଜେଏନ.୧କୁ ନେଇ ଦେଶରେ ଆଶଙ୍କା ବଢ଼ି ଚାଲିଥିବା ବେଳେ ଆଜି ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିବା ସହିତ ୬୯୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଏହା ମଧ୍ୟରେ ଭାଇରସ ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଛି । ଗତକାଲି ରାଜ୍ୟରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୫ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ଜଣ ରେ ପହଞ୍ଚି ଯାଇଛି ।

ରାଜ୍ୟରେ ୩ ଜଣ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଭିନ୍ନ ରାଜ୍ୟରେ ଜେଏନ.୧ ସବ-ଭାରିଆଣ୍ଟର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଆଗୁଆ ପଦକ୍ଷେପ ଗ୍ରହଣ କରିଛି । ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଥିବା ଲୋକମାନେ ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

 

Get real time updates directly on you device, subscribe now.