fbpx

ଜାନୁଆରୀ ଶେଷରେ ଓଡ଼ିଶାରେ ପିକ୍: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଓ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଜାନୁଆରୀ ଶେଷ ସପ୍ତାହରେ ଓଡ଼ିଶାରେ ଶୀର୍ଷ ଛୁଇଁପାରେ ସଂକ୍ରମଣ । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଆକଳନ କରିଛନ୍ତି । ସେ କହିଛନ୍ତି ଯେ, ‘ରାଜ୍ୟର ୪ରୁ ୫ଟି ଜିଲ୍ଲାରେ ଅଧିକ ସଂକ୍ରମଣ ରହୁଛି । ଏହି ସବୁ ଜିଲ୍ଲାରେ ଓମିକ୍ରନର ଉପସ୍ଥିତି ରହିଛି । ଦିଲ୍ଲୀ-ମହାରାଷ୍ଟ୍ରରେ ୧୫ ସୁଦ୍ଧା ପିକ୍ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ସେହି ଅନୁସାରେ ଓଡ଼ିଶାରେ ତାର ୧୦ରୁ ୧୫ ଦିନ ଭିତରେ ପିକ୍ ନେଇପାରେ । ଟେଷ୍ଟିଂ, ସର୍ଭେଲାନ୍ସ ଓ ଟିକାକରଣକୁ ଗୁରୁତ୍ୱ ଦେଉଛୁ । ସଂକ୍ରମଣ ଯେଉଁଭଳି ବ୍ୟାପୁଛି ସଜାଗ ରହିବା ଆବଶ୍ୟକ ।’ ସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୪୮୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୨୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୦୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୪୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୫ ହଜାର ୬୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୬୧୭ ରହିଥିବା ବେଳେ ୨୦ ହଜାର ୫୬୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.