fbpx

ରାଜ୍ୟରେ କମିବାରେ ଲାଗିଛି କରୋନା: ଆଜି ଚିହ୍ନଟ ହେଲେ ୨୯୫୭ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୨୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୯ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୪ ହଜାର ୮୦୧ ରହିଥିବା ବେଳେ ୩୪ ହଜାର ୯୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.