fbpx
BSKY
BJD SHG SKY
BJD MC SKY

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୩୪୫୬ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୪୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୭୩ ଓ ସ୍ଥାନୀୟ ଅଞ୍ଚଳରୁ ୧୪୮୩ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୮ ହଜାର ୯୬୦ ରହିଥିବା ବେଳେ ୩୪ ହଜାର ୨୧୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.