fbpx

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଶହ ନିକଟତର, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୮ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୧୯ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୧୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ହଜାର ୫୭୧ ରହିଥିବା ବେଳେ ୧୬୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.