fbpx

ଭୁବନେଶ୍ୱରକୁ ଫେରିଲା କରୋନା, ୨ଆକ୍ରାନ୍ତ ଚିହ୍ନଟ

Advertisement

ଭୁବନେଶ୍ୱର, ୧୯ା୫(ଓଡ଼ିଶା ଭାସ୍କର): ଆଜି ଖେର୍ଦ୍ଧାରେ ଚିହ୍ନଟ ହୋଇଥିବା ୪କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୨ଜଣ ବୋଲି ଜଣାପଡ଼ିଛି । ଏହାସହ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗତକାଲି କରୋନା ମୁକ୍ତ ହୋଇଥିଲା ରାଜଧାନୀ ଭୁବନେଶ୍ୱର ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୭ଜଣ ସୁସ୍ଥ ହୋଇଛନ୍ତି ଓ ୫ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୬୯୬ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.