fbpx

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ କରୋନା ସଂକ୍ରମିତ ହୋଇଛନ୍ତି । ପଜିଟିଭ୍‌ ଚିହ୍ନଟ ହେବା ପରେ ପୃଥକବାସରେ ଥିବା ନେଇ ଟ୍ବିଟରରେ ସୂଚନା ଦେଇଛନ୍ତି । ତାଙ୍କ ପାଖରେ ସାମାନ୍ୟ ଲକ୍ଷଣ ଦେଖାଦେଇଛି । ସମସ୍ତଙ୍କୁ କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି । ତୃତୀୟ ଲହର ପରିପ୍ରେକ୍ଷୀରେ କୋଭିଡ ନିୟମ ମାନିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।

ତେବେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୦୬ ଓ ସ୍ଥାନୀୟ ଅଞ୍ଚଳରୁ ୭୯୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୫୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୯ ହଜାର ୭୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୫୧୪ ରହିଥିବା ବେଳେ ୫ ହଜାର ୭୩୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.