fbpx

୨୪ ଘଣ୍ଟାରେ ନେଲାଣି ୮୬୧ ଜୀବନ

ନୂଆଦିଲ୍ଲୀ,୯ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୩ ହଜାର ୩୭୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୪ ହଜାର ୩୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଲକ୍ଷ ୫୩ ହଜାର ୧୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୨୮ ହଜାର ୭୪୭ ଜଣ ଚିକିତ୍ସିତ ହେଉଥିବା ବେଳେ ୧୪ ଲକ୍ଷ ୮୦,୮୮୪ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.