fbpx

ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହାର ୨୭.୪୧%

ନୂଆଦିଲ୍ଲୀ, ୫ା୫: କରୋନା ସମ୍ପର୍କିତ ଅପଡ଼େଟ ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ । ସେ କହିଛନ୍ତି ଯେ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ହଜାର ୪୩୩ରେ ପହଞ୍ଚିଛି । ସେହିପରି ୨୪ଘଣ୍ଟାରେ ୩୯୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନାରେ ଏପର୍ଯ୍ୟନ୍ତ ୧୫୬୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ୨୪ଘଣ୍ଟାରେ ୧୯୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦେଶରେ ଏପର୍ଯ୍ୟନ୍ତ ୧୨ହଜାର ୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଗତ ୨୪ଘଣ୍ଟାରେ ୧୦୨୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୨୭.୪୧ ପ୍ରତିଶତ ରହିଛି । ୧୨ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ହାର ଦୁଇଗୁଣ ହେବାରେ ଲାଗିଛି ।

Get real time updates directly on you device, subscribe now.