fbpx

ଦିନକରେ ୬୩,୪୮୯ ଆକ୍ରାନ୍ତ, ୯୪୪ ମୃତ

ନୂଆଦିଲ୍ଲୀ,୧୬ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୯ ହଜାର ୯୮୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୪୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୩,୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ୮୯ ହଜାର ୬୮୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୭୭ ହଜାର ୪୪୪ ଜଣ ଚିକିତ୍ସିତ ହେଉଥିବା ବେଳେ ୧୮ ଲକ୍ଷ ୬୨ ହଜାର ୨୫୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.