ନୂଆଦିଲ୍ଲୀ,୧ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା କୋରୋନା ମୃତ୍ୟୁ ସଂଖ୍ୟା ୬୫ ହଜାର ୨୮୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୯ ହଜାର ୯୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ଲକ୍ଷ ୯୧ ହଜାର ୧୬୬କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୭ ଲକ୍ଷ ୮୫ ହଜାର ୯୯୬ ଜଣ ଚିକିତ୍ସିତ ହେଉଥିବା ବେଳେ ୨୮ ଲକ୍ଷ ୩୯ ହଜାର ୮୮୨ ଜଣ ସୁସ୍ଥ ହୋଇସାରିଛନ୍ତି । ଦେଶରେ କୋରୋନା ସୁସ୍ଥତା ହାର ୭୬.୯୪%କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।