fbpx

ଦେଶରେ ସର୍ବାଧିକ ୯୫,୭୩୫ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୭୫ ହଜାର ୦୬୨ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୯୫,୭୩୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୭୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୪କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯,୧୯,୦୧୮ ଜଣ ଚିକିତ୍ସିତ ହେଉଥିବା ବେଳେ ୩୪,୭୧,୭୮୪ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.