fbpx

୨୪ ଘଣ୍ଟାରେ ୮୮ହଜାର ୬୦୦ କରୋନା ପଜିଟିଭ୍

ନୂଆଦିଲ୍ଲୀ,୨୭ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୯୪ ହଜାର ୫୦୩ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୧୨୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୮୮ହଜାର ୬୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୯୨ ହଜାର ୫୩୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ ଲକ୍ଷ ୫୬ ହଜାର ୪୦୨ ଜଣ ଚିକିତ୍ସିତ ହେଉଥିବା ବେଳେ ୪୯ ଲକ୍ଷ ୪୧ ହଜାର ୬୨୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.