fbpx
BSKY
BJD MC SKY
BJD MS SKY

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨ ହଜାର ୬୮୫କୁ ବୃଦ୍ଧି

ନୂଆଦିଲ୍ଲୀ,୫ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୦୨ ହଜାର ୬୮୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୦୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୪ ହଜାର ୪୪୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୨୩ ହଜାର ୮୧୬କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୩୪ ହଜାର ୪୨୭ ଜଣ ଚିକିତ୍ସିତ ହେଉଥିବା ବେଳେ ୫୫ ଲକ୍ଷ ୮୬ ହଜାର ୯୦୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.