fbpx

ଦିନକରେ ୬୩,୫୦୯ ପଜିଟିଭ୍, ୭୩୦ ମୃତ

Advertisement

ନୂଆଦିଲ୍ଲୀ,୧୪ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୦ ହଜାର ୫୮୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ହଜାର ୫୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୮ ଲକ୍ଷ ୨୬ ହଜାର ୮୭୬ ଜଣ ଚିକିତ୍ସିତ ହେଉଥିବା ବେଳେ ୬୩ ଲକ୍ଷ ୦୧ ହଜାର ୯୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.