fbpx

ଦେଶରେ ୭୫ ଲକ୍ଷ ଟପିଲା ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ,୧୯ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ  କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୪ ହଜାର ୬୧୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫ ହଜାର ୭୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭୯ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୭ ଲକ୍ଷ ୭୨ ହଜାର ୫୫ ଜଣ ଚିକିତ୍ସିତ ହେଉଥିବା ବେଳେ ୬୬ ଲକ୍ଷ ୬୩ ହଜାର ୬୦୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.