fbpx

୭୬ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୧ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୫ ହଜାର ୯୧୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୪ ହଜାର ୦୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୧୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଲକ୍ଷ ୫୧ ହଜାର ୧୦୮ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୭ ଲକ୍ଷ ୪୦ ହଜାର ୦୯୦ ଜଣ ଚିକିତ୍ସିତ ହେଉଥିବା ବେଳେ ୬୭ ଲକ୍ଷ ୯୫ ହଜାର ୧୦୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.