fbpx

୨୪ ଘଣ୍ଟାରେ କୋରୋନା ନେଲା ୫୭୮ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୫ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ । ଦେଶରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୮ ହଜାର ୫୩୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୬୪ ହଜାର ୮୧୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୬୮ ହଜାର ୨୫୪ ଜଣ ଚିକିତ୍ସିତ ହେଉଥିବା ବେଳେ ୭୦ ଲକ୍ଷ ୭୮ ହଜାର ୧୨୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.