fbpx
BSKY
BJD SHG SKY
BJD YOUTH SKY

୨୪ ଘଣ୍ଟାରେ କୋରୋନା ନେଲା ୪୮୮ ଜୀବନ

ନୂଆଦିଲ୍ଲୀ,୨୭ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ୪୬ ହଜାର ୪୨୯କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୨୫ ହଜାର ୮୫୭ ଜଣ ଚିକିତ୍ସିତ ହେଉଥିବା ବେଳେ ୭୨ ଲକ୍ଷ ୦୧ ହଜାର ୦୭୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.