fbpx

ଦିନକରେ ୪୩,୮୯୩ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ,୨୮ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୦ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଲକ୍ଷ ୯୦ ହଜାର ୩୨୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୧୦ ହଜାର ୮୦୩ ଜଣ ଚିକିତ୍ସିତ ହେଉଥିବା ବେଳେ ୭୨ ଲକ୍ଷ ୫୯ ହଜାର ୫୦୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.