fbpx

୨୪ ଘଣ୍ଟାରେ ନେଲା ୫୧୭ ଜୀବନ

ନୂଆଦିଲ୍ଲୀ,୨୯ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୦ ହଜାର ୫୨୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯ ହଜାର ୮୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୪୦ ହଜାର ୨୦୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୩ ହଜାର ୬୮୭ ଜଣ ଚିକିତ୍ସିତ ହେଉଥିବା ବେଳେ ୭୩ ଲକ୍ଷ ୧୫ ହଜାର ୯୮୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.