fbpx

୨୪ ଘଣ୍ଟାରେ କରୋନା ନେଲା ୫୬୩ ଜୀବନ

ନୂଆଦିଲ୍ଲୀ,୩୦ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୧ ହଜାର ୯୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮ ହଜାର ୬୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୮୮ ହଜାର ୮୫୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୯୪ ହଜାର ୩୮୬ ଜଣ ଚିକିତ୍ସିତ ହେଉଥିବା ବେଳେ ୭୩ ଲକ୍ଷ ୭୩ ହଜାର ୩୭୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.