fbpx

୨୪ ଘଣ୍ଟାରେ କରୋନା ନେଲା ୫୫୧ ଜୀବନ

ନୂଆଦିଲ୍ଲୀ,୩୧ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୧ ହଜାର ୬୪୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮ ହଜାର ୨୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ଲକ୍ଷ ୩୭ ହଜାର ୧୧୯କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୮୨ ହଜାର ୬୪୯ ଜଣ ଚିକିତ୍ସିତ ହେଉଥିବା ବେଳେ ୭୪ ଲକ୍ଷ ୩୨ ହଜାର ୮୨୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.