fbpx
BSKY
BJD SHG SKY
BJD YOUTH SKY

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧କୁ ବୃଦ୍ଧି

ନୂଆଦିଲ୍ଲୀ,୪।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୨୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ଲକ୍ଷ ୧୩ ହଜାର ୮୭୭କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୩୩ ହଜାର ୭୮୭ ଜଣ ଚିକିତ୍ସିତ ହେଉଥିବା ବେଳେ ୭୬ ଲକ୍ଷ ୫୬ ହଜାର ୪୭୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.