fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୯ ହଜାର ୬୩୫କୁ ବୃଦ୍ଧି

ନୂଆଦିଲ୍ଲୀ,୧୫।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୮ ହଜାର ୬୬୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧ ହଜାର ୧୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୧୪ ହଜାର ୫୭୯କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୭୯ ହଜାର ୨୧୬ ଜଣ ଚିକିତ୍ସିତ ହେଉଥିବା ବେଳେ ୮୨ ଲକ୍ଷ ୦୫ ହଜାର ୭୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.