ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ ହଜାର ୫୧୯କୁ ବୃଦ୍ଧି

ନୂଆଦିଲ୍ଲୀ,୧୭।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ ହଜାର ୫୧୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୧୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୯ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୭୪ ହଜାର ୨୯୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୫୩ ହଜାର ୪୦୧ ଜଣ ଚିକିତ୍ସିତ ହେଉଥିବା ବେଳେ ୮୨ ଲକ୍ଷ ୯୦ ହଜାର ୩୭୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।