fbpx

୨୪ ଘଣ୍ଟା ମଧ୍ୟରେ ୫୬୪ ମୃତ

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୯୦ ଲକ୍ଷ ଟପିଛି। ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୨ ହଜାର ୭୨୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୨୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ୫୦ ହଜାର ୫୯୭ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୩୯ ହଜାର ୭୪୭ ଜଣ ଚିକିତ୍ସିତ ହେଉଥିବା ବେଳେ ୮୪ ଲକ୍ଷ ୭୮ ହଜାର ୧୨୪ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.