fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୪ ହଜାର ୨୧୮କୁ ବୃଦ୍ଧି

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୪ ହଜାର ୨୧୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର ୯୭୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୧ ଲକ୍ଷ ୭୭ ହଜାର ୮୪୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୩୮ ହଜାର ୬୬୭ ଜଣ ଚିକିତ୍ସିତ ହେଉଥିବା ବେଳେ ୮୬ ଲକ୍ଷ ୦୪ ହଜାର ୯୫୫ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.