fbpx

୨୪ ଘଣ୍ଟାରେ କରୋନା ନେଲା ୫୨୪ ଜୀବନ

ନୂଆଦିଲ୍ଲୀ,୨୬।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୫ ହଜାର ୨୨୩ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୬୬ ହଜାର ୭୦୬ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୫୨ ହଜାର ୩୪୪ ଜଣ ଚିକିତ୍ସିତ ହେଉଥିବା ବେଳେ ୮୬ଲକ୍ଷ ୭୯ ହଜାର ୧୩୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.