ନୂଆଦିଲ୍ଲୀ, ୨୧।୧: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ୧ ଲକ୍ଷ ୫୨ ହଜାର ୮୬୯ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୫୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୧୫ ହଜାର ୨୨୩ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୧୦ ହଜାର ୮୮୩କୁ ବୃଦ୍ଧି ପାଇଛି। ସେହିପରି ୧,୯୨,୩୦୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୨,୬୫,୭୦୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Prev Post
Next Post