fbpx

ଦେଶରେ ୨୪ ଘଣ୍ଟାରେ ୮୯ ମୃତ

ନୂଆଦିଲ୍ଲୀ, ୪ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୪୩୫କୁ ବୃଦ୍ଧି ପାଇଛି । ଦିନକରେ ୧୭ ହଜାର ୪୦୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୫୬ ହଜାର ୯୨୩ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୪୧୩ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୦୮ ଲକ୍ଷ ୨୬ ହଜାର ୦୭୫ ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.