fbpx

ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୩୧ ଜୀବନ

ନୂଆଦିଲ୍ଲୀ, ୧୬। ୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୮୫୬କୁ ବୃଦ୍ଧି ପାଇଛି । ଦିନକରେ ୨୪ ହଜାର ୪୯୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୯ ହଜାର ୮୩୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୩ ହଜାର ୪୩୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୦ ଲକ୍ଷ ୨୭ ହଜାର ୫୪୩ ରେ ପହଞ୍ଚିଛି । କାଲି ସୁଦ୍ଧା ୩ କୋଟି ୨୯ ଲକ୍ଷ ୪୭ ହଜାର ୪୩୨ ଜଣ ଟିକା ନେଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.