fbpx

ଦେଶରେ ୭ ଲକ୍ଷ ଟପିଲା ପଜିଟିଭଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭ ।୭: ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ଟପିଛି । ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୦ ହଜାର ୧୬୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୨ ହଜାର ୨୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୧୯ ହଜାର ୬୬୫କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୩୯ ହଜାର ୯୪୮ ସୁସ୍ଥ ହୋଇଥିବା ବେଳେ ୨ ଲକ୍ଷ ୫୯ ହଜାର ୫୫୭ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.