fbpx

ଗୋଟିଏ ଦିନରେ ୬୪,୫୩୩ ଆକ୍ରାନ୍ତ ଚିହ୍ନଟ ଓ ୧୦୦୭ ଜଣ ମୃତ

ନୂଆଦିଲ୍ଲୀ, ୧୪ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୪,୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୦୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪,୬୧,୧୯୧ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୪୮,୦୪୦ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୧୭,୫୧,୦୫୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬,୬୧,୫୯୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୧୯ହଜାର ୬୩, ତାମିଲନାଡ଼ୁରେ ୫୩୯୭, ଦିଲ୍ଲୀରେ ୪୧୬୭, କର୍ଣ୍ଣାଟକରେ ୩୬୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.