fbpx

ଦିନକରେ ୧୧୩୩ ଜଣଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ,୮ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୭୨ ହଜାର ୭୭୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୫,୮୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୮୦ ହଜାର ୪୨୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୮ ଲକ୍ଷ ୮୩ ହଜାର ୬୯୭ ଜଣ ଚିକିତ୍ସିତ ହେଉଥିବା ବେଳେ ୩୩ ଲକ୍ଷ ୨୩ ହଜାର ୯୫୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.