ଗୋଟିଏ ଦିନରେ ୬୦,୯୬୩ ଆକ୍ରାନ୍ତ ଚିହ୍ନଟ ଓ ୮୩୪ ଜଣ ମୃତ

0 176

ନୂଆଦିଲ୍ଲୀ, ୧୨ । ୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୦,୯୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୩୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩,୨୯,୬୩୯ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୪୬,୦୯୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୧୬,୩୯,୬୦୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬,୪୩,୯୪୮ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୧୮ହଜାର ୩୦୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.