fbpx

ଓଡ଼ିଶାରେ କରୋନାର ସାଙ୍ଘାତିକ ସ୍ଥିତି: ୨୪ ଘଣ୍ଟାରେ ୪୦୦ ଟପିଲା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଭାଇରସ୍ ପୁଣି ଥରେ ବଢ଼ିବାରେ ଲାଗିଛି । ରାଜ୍ୟରେ ଆଜି କରୋନା ସଂକ୍ରମଣ ୪ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୨୩୬ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୧୬୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୪୪ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୬୪, ଷ୍ଟେଟପୁଲରୁ ୪୬, ସୁନ୍ଦରଗଡ଼ରୁ ୧୯, ବାଲେଶ୍ୱରରୁ ୧୭, ପୁରୀରୁ ୧, ବୟୂରଭଞ୍ଜ ଓ ଗଜପତିରୁ ୬ ଜଣ ଲେଖାଏଁ, ଜଗତସିଂହପୁର ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୧, ୫୧୮କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୧୯୫୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୩୯ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୦,୩୮୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.