fbpx

ଦେଶରେ କମିଲା ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୩ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୦୯ ହଜାର ୮୫୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫ ହଜାର ୩୪୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୦୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ୭୫ ହଜାର ୮୮୧କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୮ ଲକ୍ଷ ୩୮ ହଜାର ୭୨୯ ଜଣ ଚିକିତ୍ସିତ ହେଉଥିବା ବେଳେ ୬୨ ଲକ୍ଷ ୨୭ ହଜାର ୨୯୨ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.