fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୮୪୭କୁ ବୃଦ୍ଧି

AAKASH

ନୂଆଦିଲ୍ଲୀ, ୨୮।୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୨୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୮୪୭କୁ ବୃଦ୍ଧି ପାଇଛି । ଦିନକରେ ୧୧ ହଜାର ୬୬୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୭ ଲକ୍ଷ ୧ ହଜାର ୧୯୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୭୪୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୦୩ ଲକ୍ଷ ୭୩ ହଜାର ୬୦୬ ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.