fbpx

୨୪ ଘଣ୍ଟାରେ କୋରୋନା ନେଲା ୧୦୭ ଜୀବନ

ନୂଆଦିଲ୍ଲୀ, ୪।୨: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ଲକ୍ଷ ୫୪ ହଜାର ୭୦୩ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୦୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦିନକରେ ୧୨ ହଜାର ୮୯୯ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୯୦ ହଜାର ୧୮୩କୁ ବୃଦ୍ଧି ପାଇଛି। ସେହିପରି ୧,୫୫,୦୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୪,୮୦,୪୫୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Get real time updates directly on you device, subscribe now.