fbpx

୨୪ ଘଣ୍ଟାରେ ୧୨୦ ମୃତ

ନୂଆଦିଲ୍ଲୀ, ୫।୨: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦେଶରେ ୧ଲକ୍ଷ ୫୪ ହଜାର ୮୨୩ ମୃତକଙ୍କ ସଂଖ୍ୟା ପାର ହୋଇଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୧୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦିନକରେ ୧୨ ହଜାର ୪୦୮ ନୂଆ ପିଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୦୨ ହଜାର ୫୯୧କୁ ବୃଦ୍ଧି ପାଇଛି । ସେହିପରି ୧,୫୧,୪୬୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୦୪,୯୬,୩୦୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।

Get real time updates directly on you device, subscribe now.